କେନ୍ଦୁଝର ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲ୍ଲା ଷଠିଘରଠାରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା।

ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଷଠିଘରଠାରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସେ ଗଭୀର ସମବେଦନା ଜଣାଇଛନ୍ତି। ଏଥିସହ ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।