ଆସନ୍ତା ୫ ଦିନରେ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା

ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି

ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ୯ଟି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଆସନ୍ତା ୫ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଭୁବନେଶ୍ୱର ଓ ଏହାର ଉପକଣ୍ଠରେ ଆକାଶ ମେଘାଚ୍ଛନ୍ନ ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।