ଘାଟିରୁ ପିକ୍ ଅପ୍ ଭ୍ୟାନ୍ ପଡି ୨ ମୃତ, ୧୩ ଗୁରୁତର

କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧୁଲୁ ଘାଟିରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି

ପିକ୍ ଅପ୍ ଭ୍ୟାନରେ ଥିଲେ କିଛି କିର୍ତ୍ତନିଆ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧୁଲୁ ଘାଟିରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଗୁରୁତର ଆହତ ହୋଇଛନ୍ତି। ପିକ୍ ଅପ୍ ଭ୍ୟାନଟି କିଛି କୀର୍ତ୍ତନନିଆଙ୍କୁ ନେଇ ଯାଉଥିବା ସମୟରେ ଏ ଅଘଟଣ ଘଟିଛି।

ମିଳିଥିବା ସୂଚନା ଅନୁଯାୟୀ, ଏକ ପିକ୍ ଅପ୍ ଭ୍ୟାନର ଚାଳକ ଚକ ଉପରେ ଭାରସାମ୍ୟ ହରାଇ ଘାଟି ରାସ୍ତାରେ ୪୦ ଫୁଟ ତଳକୁ ଖସି ପଡ଼ିଥିଲେ। ଘଟଣାସ୍ଥଳରେ ଜଣେ ମହିଳା ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରେ ଆଉ ୫ ଜଣ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।