ଗଛରେ ପିଟି ହେଲା କାର: ୩ ମୃତ

ନବରଙ୍ଗପୁର ଜିଲ୍ଲା ଉମରକୋଟ ଝରିଗାଁ ମୁଖ୍ୟ ରାସ୍ତାର ବାସିନୀ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ।

ଛତିଶଗଡରେ ଏକ ବିବାହ ଉସôବରେ ଯୋଗ ଦେଇ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ଝରିଗାଁ ମୁଖ୍ୟ ରାସ୍ତାର ବାସିନୀ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଏକ କାର ଗଛରେ ପିଟି ହୋଇ ୩ ଜଣଙ୍କର ମୃତ୍ୟୁ ଘଟିଛି ଓ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି ।
ସୂଚନାନୁସାରେ, ଛତିଶଗଡରେ ଏକ ବିବାହ ଉସôବରେ ଯୋଗ ଦେଇ ଘରକୁ ଫେରୁଥିବା ବେଳେ ଡ୍ରାଇଭର ଜଣଙ୍କ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ କାରଟି ପିଟି ଦେଇଥିଲେ । ଫଳରେ ସେହି କାରରେ ଡ୍ରାଇଭରଙ୍କ ସମେତ ଆଉ ୩ ଜଣ ମଧ୍ୟ ଗୁରୁତର ଆହତ ହୋଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପହଂଚି ୪ ଜଣଙ୍କୁ ଉମରକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲା । କିନ୍ତୁ ସେଠାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିସôାଳୟକୁ ସ୍ଥାନାନ୍ତର କରାଯାଇଛି ।