୨୦୯ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ନବନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ଓ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମତ୍ସ୍ୟଜୀବୀ ପରିବାରଙ୍କୁ ୨୧.୩୪ କୋଟିର ସହାୟତା

ଭୁବନେଶ୍ବର: ଆଜି ନବନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନ ସାଢେ ୫ଟାରେ ୨୦୯ ନବନିଯୁକ୍ତ ପ୍ରାଣୀ ଚିକିତ୍ସକ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। ନୂତନ ପ୍ରାଣୀ ଚିକିତ୍ସକମାନଙ୍କୁ ସାରା ରାଜ୍ୟରେ ଥିବା ଭେଟେରିନାରୀ ହସପିଟାଲରେ ଅବସ୍ଥାପିତ କରାଯିବ। ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରାଯିବ।

ସେହିପରି ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ମାଛଧରିବା ନିଷେଧ ଥିବାରୁ ୧୪ ହଜାର ୨୨୮ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ୨୧ କୋଟି ୩୪ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ। ମାଛ ଧରିବା ଉପରେ କଟକଣା ଯୋଗୁଁ ପ୍ରଭାବିତ ହୋଇଥିବା ରାଜ୍ୟର ମତ୍ସ୍ୟଜୀବୀ ପରିବାରକୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।