ଆଜିଠୁ ୫ ଦିନ ଯାଏ ବର୍ଷା, ବଜ୍ରପାତ

ସୋମବାରଠୁ ୫ ଦିନ ଯାଏ ରାଜ୍ୟର ୧୮ଟି ଜିଲ୍ଲାରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ

୧୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ସୋମବାରଠୁ ୫ ଦିନ ଯାଏ ରାଜ୍ୟର ୧୮ଟି ଜିଲ୍ଲାରେ ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି । ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଜୁନ ୩ରୁ ୪ ତାରିଖ ଯାଏ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ରାୟଗଡା, ମାଲକାନଗିରି, କୋରାପୁ. କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।