ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ

ୟେଲୋ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ଭୁବନେଶ୍ୱର: ଆଜି ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଯୋଗୁଁ ଆଜି ଠାରୁ ଆସନ୍ତା ୧୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆଜି ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ରାୟଗଡା ଓ କନ୍ଧମାଳରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏହି ୫ ଜିଲ୍ଲା ପାଇଁ ଆଜି ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।