ଆସନ୍ତାକାଲିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର: ବୁଧବାରଠୁ ଆରମ୍ଭ ଦ୍ବିତୀୟ ପର୍ଯ୍ୟାୟ ମୌସୁମୀ ଅଧିବେଶନ । ଗୃହରେ ୧୦ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପିତ ହେବ । ୧୪-୨୯ ତାରିଖ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଗୃହରେ ଆଲୋଚନା ହୋଇନପାରିବ ୨୯ ତାରିଖରେ ଗିଲୋଟିନରେ ପାରିତ ହେବ। ୩୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। ଗୃହ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚଳାଇବାକୁ ଅନୁରୋଧ କରିଛନ୍ତି ବାଚସ୍ପତି।

ପ୍ରଥମ ପର୍ଯ୍ୟାୟରେ କେବଳ ଗୋଟେ ଦିନ ପ୍ରଶ୍ନକାଳ ପ୍ରଭାବିତ  ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ କିପରି ପ୍ରଶ୍ନକାଳ ଶୃଙ୍ଖଳିତ ହେବ ସେ ନେଇ ପ୍ରୟାସ କରାଯିବ ବୋଲି ବାଚସ୍ପତି କହିଛନ୍ତି । ଦ୍ବିତୀୟ ପର୍ଯ୍ୟାୟରେ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ବିରୋଧୀ । ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗରେ ଛାତ୍ରୀଙ୍କ ମା’ଙ୍କୁ ଉଠାଇ ନେବା, ଚାଷୀ ସମସ୍ୟାକୁ ମୁଖ୍ୟ ପ୍ରସଙ୍ଗ କରିବ କଂଗ୍ରେସ ।