ଆଜି ନୀଳାଦ୍ରି ବିଜେ: ଗୋଟି ପହଣ୍ଡିରେ ରତ୍ନବେଦୀକୁ ଫେରୁଛନ୍ତି ଶ୍ରୀଜିଉ

ପୁରୀ: ଆଜି ନୀଳାଦ୍ରି ବିଜେ। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ସୁଭଦ୍ରାଙ୍କୁ ନେଇ ରତ୍ନବେଦୀକୁ ଫେରିବେ। ୯ ଦିନିଆ ରଥଯାତ୍ରା ଶେଷ କରି ମହାପ୍ରଭୁ ଆଜି ଗୋଟି ପହଣ୍ଡିରେ ବଡ଼ଦେଉଳକୁ ଫେରିବେ। ଏଥି ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଉ କିଛି ସମୟ ପରେ ପହଣ୍ଡି ଆରମ୍ଭ ହୋଇଯିବ।

ପ୍ରଥମେ ମଦନମୋହନ ଓ ପରେ ରାମକୃଷ୍ଣଙ୍କୁ ରତ୍ନସିଂହାସନରେ ବିରାଜମାନ କରାଯିବ। ତା’ପରେ ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ଗୋଟି ପହଣ୍ଡିରେ ରତ୍ନବେଦୀକୁ ଫେରିବେ ଶେଷରେ କାଳିଆ ସାଆନ୍ତ ରତ୍ନ ସିଂହାସନରେ ବିରାଜମାନ କରିବେ। ଘୋଷଯାତ୍ରାର୧୨ ଦିନର ଏହି ଲୀଳାଖେଳା ଶେଷ ପରେ ମଙ୍ଗଳବାର ନୀଳାଦ୍ରି ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି।

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ପୁଣି ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନମଣ୍ଡପକୁ ବିଜେ କରିବେ। ଏତେ ଦିନ ଧରି ମାନ କରି ରହିଥିବା ମା’ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଦେଇ ସ୍ବୟଂ ବିଶ୍ବନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥ ମାନଭଞ୍ଜନ କରିବେ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।