ରାଜ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ଆଇଏମଡି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହା ସହ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାଗୁଡିକୁ ଆଇଏମଡି ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏହାବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, ପୁରୀ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।