ଅଳିଆ ଗଦାରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗାଲୁଆ ଛକ ନିକଟରେ ଏକ ଅଳିଆ ଗଦାରୁ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି।

ହତ୍ୟାର ସିନ୍ ସିସିଟିଭି ଫୁଟେଜରେ ରେକର୍ଡ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଗାଲୁଆ ଛକ ନିକଟରେ ଏକ ଅଳିଆ ଗଦାରୁ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ଏଭଳି ଅବସ୍ଥାରେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ।

ତଦନ୍ତ ଅନୁଯାୟୀ, ଉକ୍ତ ସ୍ଥାନରେ ଥିବା ଏକ ସିସିଟିଭି ଫୁଟେଜରେ ଦେଖିବାକୁ ମିଳିଥିଲା ଯେ ଅଳିଆ ଗଦାରୁ ମିଳିଥିବା ମହିଳାଙ୍କୁ ଜଣେ ଦୁର୍ବୃତ୍ତ ଧାରୁଆ ଅସ୍ତ୍ରରେ ନିର୍ମମ ଭାବେ ହତ୍ୟା କରିଛନ୍ତି। ତେବେ ଦୁର୍ବୃତ୍ତ ଓ ମୃତକଙ୍କ ପରିଚୟ ମିଳିପାରିନାହିଁ। ପୁଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ଏହି ନିର୍ମମ ହତ୍ୟାକାଣ୍ଡ ପଛର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।