ବାଲେଶ୍ୱରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ବାଲେଶ୍ୱରରେ ୧୬ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି

୨ ବାଇକ୍ ଆରୋହୀ ମୃତ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ତହସିଲ ଅନ୍ତର୍ଗତ ତାଳନଗର ଗ୍ରାମ ନିକଟ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍ ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ କେବଳ ଜଣେ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରୁ ଜଣେ ମୟୂରଭଞ୍ଜ ମନ୍ତ୍ରୀ ଗ୍ରାମର ବୋଲି ଜଣାପଡ଼ିଛି। ଅନ୍ୟ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ।