୧୪ରୁ ୧୬ ପ୍ରବଳ ବର୍ଷିବ, ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ଏବେ ଉଭୟ ଲଘୁଚାପ ଓ ‌ମୌସୁମୀଜନିତ ବର୍ଷା ଜାରି ରହିଛି। ମଙ୍ଗଳବାର ଦିନ ରାଜ୍ୟର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମା‌ଳ, ବଲାଙ୍ଗୀର, ଗଞ୍ଜାମ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି। ଆଜି ମଧ୍ୟ ରାଜ୍ୟର ୧୬ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ବି‌ଶେଷ କରି ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼‌ରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ୧୪ରୁ ୧୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

୧୪ ତାରିଖ ଦିନ ପୁରୀ, ଗଞ୍ଜାମ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ବାଲେଶ୍ବର, ‌ଭଦ୍ରକ, ଖୋର୍ଧା, ନୟାଗଡ଼, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ସେଦିନ ପ୍ରବଳ ବର୍ଷା ହେବ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।