ପ୍ରବଳ ବର୍ଷା ସମ୍ଭାବନା: ଆଇଏମଡିର ପୂର୍ବାନୁମାନ
ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳର ଆଖପାଖ ଅଞ୍ଚଳରେ ଗତକାଲିର ଘୂର୍ଣ୍ଣିବଳୟ ଜାରି ରହିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି।
ସୂଚନାଯୋଗ୍ୟ, ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୦୨୩ ଜୁଲାଇ ୨୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।