୬ଜିଲ୍ଲାକୁ ଅରେଞ୍ଜ ୧୫ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଜୁଲାଇ ୧୪ ତାରିଖ, ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଂଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟ ମଧ୍ୟରେ ଖୋର୍ଦ୍ଧା, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ସୋନପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।