ଭିଜିଲାନ୍ସ ଜାଲରେ ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ

ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭବାନୀପାଟଣାତା୨୬.୦୭(ଦର୍ଶନ ନିଉଜ): ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କଳାହାଣ୍ଡି ଆୟ ବିଭାଗ ପକ୍ଷରୁ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।
ସୂଚନାନୁସାରେ, ଭବାନୀପାଟଣା ସହରର ଜଳେଶ୍ଵର ମନ୍ଦିର ପଡାରେ ଥିବା ବାସଭବନ ସମେତ ସରକାରୀ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଏକ କାଳୀନ ଚଢାଉ କରି ତିନି ଲକ୍ଷ ଟଙ୍କା ଏବଂ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରିଛି।