ରାଜ୍ୟରେ ଲଘୁଚାପ ସକ୍ରିୟ, ୧୭ ଯାଏଁ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର:  ଓଡିଶାର ଦକ୍ଷିଣ ଉପକୂଳ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବ । ରାଜ୍ୟରେ ଆସନ୍ତା ୧୭ ତାରିଖ ଯାଏ ବର୍ଷା ଲାଗି ରହିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଇଛି ।

ଗତ ୨୪ ଘଣ୍ଟାରେ ଢେଙ୍କାନାଳରେ ୪୪.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱରରେ ୨୪.୨, ଖୋର୍ଦ୍ଧାରେ ୨୨, ବାରିପଦାରେ ୨୧, ଅନୁଗୁଳରେ ୧୯.୬, ସମ୍ବଲପୁରରେ ୧୯.୪, ବୌଦ୍ଧରେ ୧୭.୪, ନୟାଗଡ଼ରେ ୧୭ ଓ ଯାଜପୁରରେ ୧୭ ମିଲିମିଟର ବର୍ଷା ରେକର୍ଡ ହୋଇଛି ।