ଦେଶରେ ବି ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୦୧୩୯ କରୋନା ପଜିଟିଭ୍

ନୂଆଦିଲ୍ଲୀ: ଉପର ମୁହାଁ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୦୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୯ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।