୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୪ ଦିନ ଯାଏ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ବଳୟ ଯୋଗୁଁ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ, ଅନୁଗୁଳ, ବରଗଡ, ସମ୍ବଲପୁର, ବଲାଙ୍ଗୀର, କଳାହାଣ୍ଡି, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ତାରିଖରୁ ୪ ତାରିଖ ଯାଏଁ ବର୍ଷା ହେବା ନେଇ ଆଲର୍ଟ ଜାରି କରାଯାଇଛି । ଏହି ପାଞ୍ଚ ଦିନ ମଧ୍ୟରେ ୭୦ରୁ ୨୦୦ ମିଲିମିଟର ଯାଏ ବର୍ଷା ହେବ ବୋଲି ସୂଚନା ମିଳିଛି ।