ଆଗାମୀ ୨ ଦିନ ଯାଏଁ ପ୍ରବଳ ବର୍ଷା

ରାଜରେ ବିଭିନ୍ନ ସ୍ଥାନରେ ଆଜିଠୁ ଦୁଇ ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଆଲର୍ଟ ଜାରି କଲା ଆଇଏମଡି

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଜିଠୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ବିଶେଷକରି ଉପକୂଳ ଓ ଉତରାଂଚଳରେ ମଙ୍ଗଳବାର ଓ ବୁଧବାର ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏ ନେଇ ୧୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତା ୩ ଘଂଟା ଯାଏ ୭ଟି ଜିଲ୍ଲା ତଥା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୦ଟି ଜିଲ୍ଲା ତଥା ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, ନୂଆପଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।