୮ଜିଲ୍ଲାକୁ ଅରେଞ୍ଜ, ୧୭ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତରରେ ଅବସ୍ଥିତ ରହିଛି। ଏବଂ ଏହା ସହ ଜଡ଼ିତ ଥିବା ସାମୁଦ୍ରିକ ଘୂର୍ଣ୍ଣିବଳୟ ସହିତ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳରେ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଗତି କରୁଛି।

୨୪ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।